ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ ପୋଲିସ।

ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଏହି ଉପଲକ୍ଷେ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ ପୋଲିସ।ମନ୍ଦିର ସେବାୟତା ଏବଂ ଭିଆଇପିମାନଙ୍କ ନିମନ୍ତେ ପୃଥକ ଦ୍ୱାର ବ୍ୟବହାର କରାଯିବା । ୨୬ ତାରିଖ ଭୋର ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ଏବଂ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ।ସେହିପରି ଅଗ୍ନିଶମ ସେବା, ଲାଇଭ ଟେଲିକାଷ୍ଟ, ଆସ୍ଥାୟୀ ସ୍ୱାସ୍ଥ୍ୟ ସେବା, ଜରୁରୀ ସ୍ୱାସ୍ଥ୍ୟ ସେବା ଆଦି ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପରେ ଜିଲ୍ଲାପାଳ ଓ ମନ୍ତ୍ରୀ ଗୁରୁତ୍ୱାରାପ କରିଛନ୍ତି।

ଅଧିକ ପଢନ୍ତୁ