ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତିକରଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବ ପୀଠ । ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ଛୋଟ ବଡ ମନ୍ଦିର ଅବହେଳିତ ଅବସ୍ଥାରେ ରହିଛି । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସହିତ ଆଲୋଚନା କରି ଏ ସବୁ ମନ୍ଦିର ଗୁଡିକର ଉନ୍ନତିକରଣ କରାଗଲେ, ଏକାମ୍ର କ୍ଷେତ୍ରର ଆଧ୍ୟାତ୍ମିକ ପରିବେଶ ବଜାୟ ରହିବ ବୋଲି ସେ କହିଥିଲେ |
