ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଲେଜର ଲାଇଟ୍ ବ୍ୟବହାରକୁ ନିଷିଦ୍ଧ କରିଛନ୍ତି ହାଇକୋର୍ଟ । ବିକଟାଳ ଶବ୍ଦ କରୁଥିବା ଡିଜେ ବ୍ୟବହାରକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ରାତି ୧୦ଟା ପରେ ଯେପରି କୌଣସି ବାଜା ବାଜିବ ନାହିଁ, ବାଣ ଫୁଟିବ ନାହିଁ ଏବଂ ରୋଷଣୀ ନହେବ, ସେ ଦିଗରେ ପୋଲିସ ତୀକ୍ଷ୍ଣ ନଜର ରଖିବାକୁ କୋର୍ଟ କହିଛନ୍ତି ।ଶୁଣାଣି ସମୟରେ କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି ଯେ, ସହରରେ ଅତ୍ୟଧିକ ଲେଜର ଲାଇଟ୍ ଏବଂ ଉଚ୍ଚଶବ୍ଦ ବିଶିଷ୍ଟ ଡିଜେ ବ୍ୟବହାର ଯୋଗୁଁ ସବୁ ବର୍ଗର ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗୁଡ଼ୁଛି। ବିଶେଷ କରି ଏହା ଶିଶୁ ଏବଂ ବୃଦ୍ଧବୃଦ୍ଧାଙ୍କ ପାଇଁ ଗୁରୁତର ସମସ୍ୟା ସୃଷ୍ଟି କରୁଛି।
