ଶୀତରୁ ନାହିଁ ନିସ୍ତାର, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

ଶୀତରୁ ନାହିଁ ନିସ୍ତାର । ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ପ୍ରବଳ ଥଣ୍ଡା ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି । ଅଧ ରାତିରୁ ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ିରେ ଅଦୃଶ୍ୟ ହୋଇଯାଉଛି ରାସ୍ତାଘାଟ । ନୂଆବର୍ଷ ପର୍ଯ୍ୟନ୍ତ ଅର୍ଥାତ୍ ଆହୁରି ୫ ଦିନ ଏଭଳି କୁହୁଡ଼ି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି ପାଇଁ ୯ଟି ଜିଲ୍ଲାକୁ କୁହୁଡ଼ି ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୯ ଜିଲ୍ଲା ହେଉଛି, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ୱଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି । ଏହି ଜିଲ୍ଲା ଗୁଡ଼ିକରେ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପାରେ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।ମଙ୍ଗଳବାର ଭଦ୍ରକ, ବାଲେଶ୍ଵର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼ରେରେ ଘନ କୁହୁଡ଼ି ଦେଖଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ।

ଅଧିକ ପଢନ୍ତୁ