ଚାଲିଛି ବିଧାନସଭା। ଶୂନ୍ୟକାଳରେ ମାହାଙ୍ଗା ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ବିଜେଡ଼ିର କିଛି ବିଧାୟକ ମାହାଙ୍ଗା ଯାଇଥିଲେ । କାରଣ ସରକାର ବଜେଟ ଖର୍ଚ୍ଚ କରିବାରେ ଅସମର୍ଥ । ହିମାଳୟ ଭଳି ବଜେଟ ରଖୁଛନ୍ତି, କିନ୍ତୁ ଖର୍ଚ୍ଚ କରି ପାରୁନାହାନ୍ତି । ମାହାଙ୍ଗାରେ ସମସ୍ତ ପଞ୍ଚାୟତ ପ୍ରତିନିଧି ମାନେ ଧାରଣାରେ ବସିଥିଲେ । ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ପଞ୍ଚାୟତର ଜନପ୍ରତିନିଧିଙ୍କୁ ମାଡ଼ ମରାଗଲା। DSP ବି ମାଡ଼ ଖାାଇଲେ। ତାଙ୍କ ମୁଣ୍ଡ ଓ ଆଖି ଫାଟିଲା । ଗଣତନ୍ତ୍ର ପଦ୍ଧତିରେ ଆନ୍ଦୋଳନ କଲେ ସରକାରୀ ଗୁଣ୍ଡା ଲଗାଇ ମାଡ ମାରୁଛନ୍ତି ।
ଲୋକଙ୍କ କାମ ପାଇଁ ଆନ୍ଦୋଳନ କଲେ ମାଡ ଖାଇବାକୁ ପଡ଼ୁଛି। ପୁଲିସର ମନୋବଳ ଭାଙ୍ଗି ଗଲାଣି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଇଛି। ସୁରକ୍ଷା ଦିଆଯାଉ। ଦୁର୍ନୀତି ହୋଇଥିଲେ ଗିରଫ ହେଉ।ଏହାସହ ବାଚସ୍ପତି ନିର୍ଦ୍ଦେଶ ଦାବି କରିଛନ୍ତି ଅରୁଣ ସାହୁ । ମାର୍ଚ୍ଚ ୩୧ ସୁଦ୍ଧା ଗତ ବଜେଟ୍ ଖର୍ଚ୍ଚ କରନ୍ତୁ ସରକାର । ଯେଉଁମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଛନ୍ତି, ସେମାନଙ୍କୁ ସରକାର ସୁରକ୍ଷା ଦିଅନ୍ତୁ ବୋଲି କହିଛନ୍ତି ଅରୁଣ ।