ଶେଷରେ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ ।

ଶେଷରେ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ । IAS ପଦରୁ ଇସ୍ତଫା ଦେଇଛନ୍ତି ବିଷ୍ଣୁପଦ । ମୁଖ୍ୟ ଶାସନ ସଚିବଙ୍କୁ ପଠାଇଛନ୍ତି ନିଜର ଇସ୍ତଫା । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା । ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହାଜର ହୋଇନଥିଲେ । ଆଜି ଖୋଦ୍ ସିବିଆଇ ତାଙ୍କ ଘରେ ରେଡ ପକାଇଥିଲା । କିନ୍ତୁ ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଥିଲେ ଖୋଦ୍ ବିଷ୍ଣୁପଦ ।

ଯାଞ୍ଚ ବ୍ୟୁରୋ ରେଡ୍ ତରିକା ଠିକ୍ ନଥିଲା ବୋଲି କହିଛନ୍ତି ବିଷ୍ଣୁପଦ ସେଠୀ । ବିନା FIRରେ କିପରି ମୋ ଘରେ ରେଡ୍ କରାଗଲା ସେ ପ୍ରଶ୍ନ କରିଛନ୍ତି । ସେ ଆହୁରି କହିଛନ୍ତି ଏସବୁ ଉଦ୍ଦେଶ୍ୟ ପ୍ରଣୋଦିତ । ଏସବୁରେ ଅତିଷ୍ଟ ହୋଇ ମୁଁ ଆଜି ମୋ ପଦରୁ ଇସ୍ତଫା ଦେଉଛି । ମୋ ପ୍ରତି ଅବିଚାର ହୋଇଥିବା ସେ ସ୍ପଷ୍ଟ କରିଛନ୍ତି । ତେବେ ତାଙ୍କ ଇସ୍ତଫା ପତ୍ରକୁ ଏଯାଏଁ ଗ୍ରହଣ କରାଯାଇନି ।

ଅଧିକ ପଢନ୍ତୁ