ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ ।ସାତ ଫଣା ଥାଇ କାଳୀୟନାଗ ଉପରେ ଶ୍ରୀଜଗନ୍ନାଥ ନୃତ୍ୟ କରୁଥିବା ଭଙ୍ଗିରେ ଦର୍ଶନ ଦେବେ । କାଳୀୟ ନାଗ ଠାକୁରଙ୍କ ଶ୍ରୀଅଙ୍ଗକୁ ଆବୃତ କରିଥିବ। କାଳିନ୍ଦୀ ହ୍ରଦର ଭୟାବହ କାଳୀୟ ସର୍ପକୁ ଶ୍ରୀକୃଷ୍ଣ ଦଳି ଦମନ କରିଥିଲେ । ଏହି ଆଖ୍ୟାୟିକା ସ୍ମୃତିରେ ବଡ଼ଦେଉଳରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଅବସରରେ ଧେନୁକାସୁର ବଧ ପ୍ରସ୍ତାବ ଆଗତ ହେବ।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ ।

ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ ।

ଅଧିକ ପଢନ୍ତୁ