ବୁଧବାର ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି । ଏଥି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସୂଚନା ଅନୁସାରେ ପବିତ୍ର ଧନୁ ସଂକ୍ରାନ୍ତ ଅବସରରେ ଗତ ସୋମବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇ ମକର ସଂକ୍ରାନ୍ତି ପୂର୍ବଦିନ ଅର୍ଥାତ୍ ଜାନୁୟାରୀ ୧୩ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ ।
ପହିଲି ଭୋଗ ମାସରେ ଦୈନିକ ଦିବା ପହୁଡ଼ ଅନ୍ୟତମ ନୀତି ହୋଇଥିଲେ ହେଁ ପହିଲି ଭୋଗ ମାସରେ ଦର୍ଶନାର୍ଥୀଙ୍କ ଅତ୍ୟଧିକ ଭିଡ଼ ରହିବା ଅନ୍ୟପକ୍ଷେ ପୂର୍ବରୁ ସ୍ଥିରୀକୃତ ମାର୍ଗଦର୍ଶିକା ଅନୁସାରେ ପ୍ରଥମ ଦିନରେ ୧୫ରୁ ୨୦ଜଣ ଶ୍ରମିକଙ୍କ ସହ ଭଣ୍ଡାର ଗୃହକୁ ପ୍ରବେଶ କରିଥିଲେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ଟେକ୍ନିକାଲ ଟିମ୍। ଏଏସ୍ଆଇ କର୍ତ୍ତୃପକ୍ଷଙ୍କ ସହ ଛତିଶା ନିଯୋଗ ନାୟକ, ଶ୍ରୀମନ୍ଦିର ନୀତି ପ୍ରଶାସକ, ଭଣ୍ଡାର ମେକାପ, ତଢଉ କରଣ, ଦେଉଳକରଣ ଆଦିଙ୍କ ଉପସ୍ଥିତରେ ଖୋଲାଯାଇଥିଲା ମହାପ୍ରଭୁଙ୍କ ଅଳଙ୍କାର ଗୃହ। ଯେହେତୁ ଏବେ ଠାକୁରଙ୍କ ପହିଲି ଭୋଗ ନୀତି ଚାଲିଛି, ତାକୁ ଦୃଷ୍ଟିରେ ରଖି ଭୋଗ ମଣ୍ଡପ ଉଠିବା ପରେ ଦୈନିକ ୫ରୁ ୬ ଘଣ୍ଟା ଯାଏଁ ମରାମିତି କାର୍ଯ୍ୟ ଚାଲୁ ରଖିବାକୁ ନିଷ୍ପତ୍ତି ନେଇଛି ଏଏସଆଇ।