ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର

ଭୋଗ, ମହାପ୍ରସାଦରେ ନିମ୍ନମାନର ଘିଅ ବ୍ୟବହାର ପ୍ରସଙ୍ଗ। ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍‌ ଅଫିସର। ଏହି ଅଧିକାରୀ ଭୋଗ, ମହାପ୍ରସାଦର ମାନ ଯାଞ୍ଚ କରିବେ। କେବଳ ମାନ ଯାଞ୍ଚ ନୁହେଁ, ଭୋଗରେ ବ୍ୟବହୃତ ସାମଗ୍ରୀର ବି ଯାଞ୍ଚ କରିବେ ଫୁଡ୍‌ ଅଫିସର । ଖୁବ୍‌ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟରଙ୍କୁ ନିଯୁକ୍ତ କରାଯିବ। ଏଥିସହ ମନ୍ଦିରରେ ବ୍ୟବହୃତ ସମସ୍ତ ଭୋଗ ସାମଗ୍ରୀ ଓ ଘିଅର ଶୁଦ୍ଧତା ବି ଯାଞ୍ଚ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଖୁବଶୀଘ୍ର ମାର୍ଗଦର୍ଶିକା ଜାରି ହେବ।ଶ୍ରୀମନ୍ଦିର ଭିତରକୁ ଯେପରି ଅଶୁଦ୍ଧ ସାମଗ୍ରୀ ନଯିବ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେବାକୁ ଯାଉଛନ୍ତି ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଅଧିକ ପଢନ୍ତୁ

Odisha Darpan Digital