ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବକ

ଆସନ୍ତା ବୁଧବାର ମହାପ୍ରଭୁଙ୍କ ସ୍ନାନପୂର୍ଣ୍ନିମା। ରତ୍ନବେଦୀ ଛାଡି ସ୍ନାନବେଦୀରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। 108 ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାବିଗ୍ରହ। ତେଣୁ ଆଜି ତ୍ରୟୋଦଶ ତିଥିରେ ଦଇତାପତି ସେବକ ମାନେ ଶ୍ରୀମନ୍ଦିରରେ ପ୍ରବେଶ କରି ରଥଯାତ୍ରା ଶେଷ ପର୍ଯ୍ୟନ୍ତ ନୀତିକାନ୍ତି ସମ୍ପାଦିତ କରିବେ। । ଆଜି ଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଦଇତାପତିଙ୍କର ରହିଛି ଗୋଷ୍ଠୀଗତ ସେବା । ଶ୍ରୀଜିଉଙ୍କ ଶ୍ରୀଅଙ୍ଗରକ୍ଷକ ଭାବେ ପରିଚିତ ଦଇତାପତି ସେବକ ସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ନବଯୌବନ ଦର୍ଶନ, ଶ୍ରୀଗୁଣ୍ଡିଚା ଯାତ୍ରା, ବାହୁଡା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେର ସମସ୍ତ ନୀତି ନିର୍ବାହ କରିବାର ପ୍ରଥା ରହିଛି । ଦଇତା ପ୍ରବେଶ ପରେ ଶ୍ରୀଜିଉଙ୍କ ବଡସିଂହାର ଭୋଗ, ପହୁଡ ଆଳତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖକୁ ଶ୍ରୀମୁଖ ଖଣ୍ଡୁଆରେ ଢାଙ୍କି ସବୁ ନୀତି କରାଯିବ । ବଡସିଂହାର ପରେ ଦଇତା ସେବକମାନେ ପ୍ରଭୁଙ୍କ ବାହୁଟକଣ୍ଟ ନୀତି ସଂପାଦନ କରିବେ ।

ଅଧିକ ପଢନ୍ତୁ

kc ads