ଶ୍ରୀମନ୍ଦିର ନାଁରେ ବିବାଦୀୟ ଟିପ୍ପଣୀ : ବଭିନ୍ନ ମହଲରେ ଅସନ୍ତୋଷ ଏବଂ ବିରୋଧ

ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ ।ମା’ ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ । ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ଥିବା କହିଥିଲେ । ଏକଥା ଶୁଣି ମା’ ରାଧାରାଣୀ ରାଗିଯାଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ । ସୋସିଆଲ ମିଡିଆ ଇନଫ୍ଲୁଏନସରଙ୍କ ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କୁ ନେଇ ଏଭଳି ଭୁଲ୍ ଉପସ୍ଥାପନକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ତେବେ ସେ ହେଉଛନ୍ତି ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ର

ଅଧିକ ପଢନ୍ତୁ