ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ପାଇଁ ଜାନୁଆରୀ ୧୭ ରେ ଛୁଟି ଘୋଷଣା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି।ଅର୍ଥାତ୍‌ ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।

ଅଧିକ ପଢନ୍ତୁ