ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ନୂତନ ବର୍ଷ ୨୦୨୬ର କ୍ୟାଲେଣ୍ଡର୍ ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି lକ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ ଏବଂ ପାରମ୍ପରିକ ପଥର ଖୋଦେଇ ଚିତ୍ର ମାଧ୍ୟମରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ରଥଯାତ୍ରା ସମ୍ବନ୍ଧୀୟ ଭବ୍ୟ ଚିତ୍ର ଗୁଡିକ ଉପସ୍ଥାପିତ କରାଯାଇଛି। ଆଗାମୀ ଦୁଇ ତିନି ଦନ ପରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ନିମନ୍ତେ ଉପଲବ୍ଧ ହେବ ।

ଅଧିକ ପଢନ୍ତୁ