ସଂକ୍ରମିତ ସଂଖ୍ୟା ୪୦୦୦ ପାର୍, ୨୪ ଘଣ୍ଟାରେ ୫ ମୃତ

କରୋନା ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଉପରମୁହାଁ ହେଲାଣି କରୋନା ଗ୍ରାଫ୍ । ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ପାର୍ । ୨୪ ଘଣ୍ଟାରେ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ୪୦୨୬ରହିଛି କରୋନା ଆକ୍ଟିଭ କେସ । ସୂଚନାମୁତାବକ JN.1 ପ୍ରକାରର ସବୁଠାରୁ ବଡ଼ ସମସ୍ୟା ହେଉଛି ଏହା ଲୋକଙ୍କ ମଧ୍ୟରେ ବହୁତ ଶୀଘ୍ର ବ୍ୟାପିଥାଏ । ଏଥିରେ ଏକ ଅତିରିକ୍ତ ପରିବର୍ତ୍ତନ ଅଛି ଯାହା ଏହାକୁ କୋଷଗୁଡିକରେ ପ୍ରବେଶ କରିବାରେ ଏବଂ ରୋଗ ପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିବାରେ ସାହାଯ୍ୟ କରିଥାଏ । JN.1 ପ୍ରକାର ଏତେ ବିପଜ୍ଜନକ ନୁହେଁ ଏବଂ ଲୋକଙ୍କୁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ଅନେକ ଡାକ୍ତର କହିଛନ୍ତି ।

ଅଧିକ ପଢନ୍ତୁ

kc ads