ଭାରତର ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁଙ୍କ ତିନି ରଥର ଗୋଟିଏ ଲେଖାଏଁ ଚକ। ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତାବକୁ ଗ୍ରହଣ କରିଛନ୍ତି। ଲୋକସଭା ବାଚସ୍ପତି ଓମ୍ ବିର୍ଲା ସଂସଦରେ ତିନି ରଥର ଗୋଟିଏ ଲେଖାଏଁ ଚକ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତାବକୁ ଗ୍ରହଣ କରିଥିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।ଏନେଇ ରହିଥିବା ସରକାରୀ ପ୍ରକ୍ରିୟା ଶେଷ ହେବା ପରେ ରଥଚକ ଯିବା ବ୍ୟବସ୍ଥା ହେବ। ଏହା ଅତ୍ୟନ୍ତ ସୌଭାଗ୍ୟର କଥା ବୋଲି କହିଛନ୍ତି ଅରବିନ୍ଦ ପାଢୀ। ଗତକାଲି ପୁରୀ ଗସ୍ତ କରିଥିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅନେକ ମନ୍ତ୍ରୀ ଓ ସାଂସଦ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।
