ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି

ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆଜି ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।

ଅଧିକ ପଢନ୍ତୁ