ଆଜି ବିଧାନସଭାରେ ଉଠିଛି ଶୀତଳ ଭଣ୍ଡାର କଥା । ରାଜ୍ୟରେ ଶୀତଳଭଣ୍ଡାର ନେଇ ଗୃହରେ ସରଗରମ ଆଲୋଚନା ହୋଇଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି। ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ରଖାଯାଇଛି। ୨୫୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି। ୨ଟି ଅଚଳ ହୋଇପଡ଼ିଥିବା ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି। ଯେଉଁଥିରୁ ୫ଟିକୁ ସରକାର ଅନୁମୋଦନ ଦେଇଛନ୍ତି। ସରକାର ସବସିଡି ଦେବା ସହ ବିଦ୍ୟୁତ ଶୁଳ୍କ ରିହାତି ପାଇଁ ବି ବ୍ୟବସ୍ଥା କରିଛନ୍ତି।
