ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ

ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ନୂଆ ଗାଇଡଲାଇନ । ୫ ସୂତ୍ରୀ ଗାଇଡଲାଇନ ଜାରିକଲା ଶ୍ରୀମନ୍ଦିର ପ୍ରଶାସନ । । ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ ।

ଏହା ଦାଖଲ ନକଲେ କୌଣସି ଇନକ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ ।ସେହିପରି ପ୍ରତି ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ ଏବଂ ପ୍ରତ୍ୟେକ ଶୁକ୍ରବାର ସମସ୍ତେ ହସ୍ତତନ୍ତ ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିବେ । ତେବେ ୟୁନିଫର୍ମ ପୋଷାକଧାରୀଙ୍କ ପାଇଁ ଏହା ଲାଗୁ ହେବ ନାହିଁ । ସେହିପରି ଡ୍ୟୁଟି ସମୟରେ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ରହିବ କହିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

ଅଧିକ ପଢନ୍ତୁ

Odisha Darpan Digital