ଗଣପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କ୍ଷେତ୍ରୀୟ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ମାନେଶ୍ୱର ବ୍ଲକ ସିନ୍ଦୁରପଙ୍କ ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ବାସଭବନରେ ନବାନ୍ନ ଖାଇ ନୂଆଁଖାଇ ପର୍ବ ପାଳନ କରିଛନ୍ତି । ଏଥିଲାଗି ସେ ଶ୍ୟାମସୁନ୍ଦର ପତିଙ୍କ ପରିବାରକୁ ଆତିଥେୟତା ଲାଗି କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ନୂଆଁଖାଇ’ କେବଳ ଏକ ପର୍ବ ନୁହେଁ ବରଂ ଏକ ଭାବାବେଗ। ଏହି ଦିନ ଏକାଠି ହେବା ଓ ସାଥୀ ହୋଇ ନବାନ୍ନ ଖାଇବା ଏହି ପର୍ବର ବିଶେଷତା।। ଆଜିଭଳି ଏକ ପବିତ୍ର ଦିନରେ ସମ୍ବଲପୁରରେ ନୂଆଁଖାଇ ପାଳନ କରି ବହୁତ ଖୁସି ଅନୁଭବ କରୁଛି । ସପରିବାର ସ୍ନେହ, ଶ୍ରଦ୍ଧା ଓ ଆତିଥେୟତା ପାଇଁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।
