ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ଏନେଇ ସୂଚନା ଦେଇଛନ୍ତି ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସୂଚନା ଦେଇ ସେ କହିଛନ୍ତି ଯେ ଯୋଗାଣ ନିଗମ, ଯୋଗାଣ ବିଭାଗ ଓ ମନ୍ତ୍ରୀଙ୍କୁ ଧନ୍ୟବାଦ । ୪ଟି ଦାବିରୁ ଗୋଟିଏ ଦାବି ମାନିଥିବାରୁ ଧନ୍ୟବାଦ । ୧୫ ଦିନ ଭିତରେ ସରକାର ଅନ୍ୟ ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ୧୫ ଦିନ ଭିତରେ ଦାବି ପୂରଣ ନହେଲେ ବୈଠକ କରି ନିଷ୍ପତ୍ତି ନେବୁ । ଆମର ଆଶା ସରକାର ଦାବି ପୂରଣ କରିବେ । ୭ ଦିନ ଭିତରେ ବକେୟା ଟଙ୍କା ଦେବା ନେଇ ଚିଠି କରାଯାଇଛି । ତେବେ ଆଜି ସକାଳେ ଧାନ ଉଠାଣ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ । ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର। ତେଣୁ ଧାନକିଣା ଆଜିଠାରୁ ସ୍ବାଭାବିକ ହୋଇଥିବା କଥା କହିଥିଲେ ।

ଅଧିକ ପଢନ୍ତୁ