ସରିଲା ଛତିଶା ନିଯୋଗ ବୈଠକ: ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ରହିଥିବା କହିଛନ୍ତି ମୁଖ୍ୟ ପ୍ରଶାସକ। ନରେନ୍ଦ୍ର ପୁଷ୍କରିଣୀ ବାହାରେ ୨ଟି ଫାଷ୍ଟଏଡ ସେଣ୍ଟର କରାଯିବ। ତେବେ ସମସ୍ତ ନୀତି କାନ୍ତି ଯେଭଳି ଶୃଙ୍ଖଳିତ ଭାବେ ସମ୍ପାଦନା ହୋଇପାରିବ ସେନେଇ ସମସ୍ତ ସେବାୟତ ନିଯୋଗଙ୍କ ସହଯୋଗ ଲୋଡିଥିଲେ ମୁଖ୍ୟ ପ୍ରଶାସକ ।

ଅଧିକ ପଢନ୍ତୁ

Odisha Darpan Digital