ସରିଲା ଟ୍ରାକ୍ ମରାମତି, ଖୁବ ଶୀଘ୍ର ହେବ ରେଳ ଚଳାଚଳ

ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରାକ୍‌ ମରାମତି କାମ । ସକାଳ ୭ଟା ୧୫ ସୁଦ୍ଧା ମରାମତି କାମ ସରିଥିବା ନେଇ ସୂଚନା ମିଳିଛି । ଖୁବ୍‌ଶୀଘ୍ର ଟ୍ରେନ୍‌ ଚଳାଚଳ ହେବା ନେଇ ସୂଚନା ଦେଇଛି ରେଲୱେ ବିଭାଗ । ସୂଚନାଥାଉକି, ରବିବାର ପୂର୍ବାହ୍ଣ ୧୧ଟା ରେ ବେଙ୍ଗାଲୁରୁରୁ ଗୌହାଟୀ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ମଙ୍ଗୁଳି ରେଳଷ୍ଟେସନ୍ ନିକଟରେ ଲାଇନ୍ଚ୍ୟୁତ ହୋଇଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୧୬ ଜଣ ଆହତ ହୋଇଥିଲେ। ମୃତକ ହେଉଛନ୍ତି ପଶ୍ଚିମବଙ୍ଗର ଶୁଭଙ୍କର ରାୟ(୨୩)। ମା’ଙ୍କ ଚିକିତ୍ସା ପାଇଁ ବେଙ୍ଗାଲୁରୁରୁ ଫେରୁଥିବା ବେଳେ ଟ୍ରେନ୍ ଦୁର୍ଘଟଣାରେ ତାଙ୍କ ଜୀବନ ଯାଇଛି। ଅନ୍ୟପଟେ ୧୬ ଆହତଙ୍କୁ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ଅନ୍ୟ ଦୁଇ ଜଣ ନ୍ୟୁରୋ ଓ ପେଡିଆଟ୍ରିକ୍ ବିଭାଗରେ ଚିକିତ୍ସାଧୀନ ଅଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital