ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି ।

ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ ହୋଇଥିଲେ । ଶ୍ରୀମନ୍ଦିର ପ୍ରବେଶ ଉପରେ ମଧ୍ୟ ଲାଗିଥିଲା କଟକଣା । ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ବିବାଦକୁ ଆସିଥିଲେ ରାମକୃଷ୍ଣ ଦାସ ମହାପାତ୍ର । ବଳକା ଦାରୁରେ ବିଗ୍ରହ ନିର୍ମାଣ ଏବଂ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣକୁ ପ୍ରତିବାଦ କରିନଥିବାରୁ ନିଆଯାଇଥିଲା ଆକ୍ସନ । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି । ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ସାମିଲ ହୋଇଛନ୍ତି ।ନିଲମ୍ବନ ତଥା ପରବର୍ତ୍ତୀ ସମୟରେ ରାମକୃଷ୍ଣ ଦାସମହାପାତ୍ରଙ୍କ ବିଶୃଙ୍ଖଳ ଆଚରଣ ପରିଲକ୍ଷିତ ହେଲେ, ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରାପ୍ୟ/ ପାଉଣା/ ପୁରସ୍କାର ରଦ୍ଦ କରାଯିବ ବା ସ୍ଥଗିତ ରଖାଯିବ ବୋଲି ମଧ୍ୟ ଆଦେଶରେ କୁହାଯାଇଥିଲା ।

ଅଧିକ ପଢନ୍ତୁ

kc ads