ସର୍ବଦଳୀୟ ବୈଠକ ବିଫଳ । ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ଉପବାଚସ୍ପତି । SCB ପ୍ରସଙ୍ଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ ସଦସ୍ୟ ।ଆଜି ଦିନରେ ତିନିଥର ଗୃହକୁ ମୁଲତବୀ କରାଗଲାଣି । ଗୃହକୁ ଚଳାଇ ଦେଉନାହାନ୍ତି ବିରୋଧୀ । ଗୃହ ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଥିଲା । ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହରେ ହୋହଲ୍ଲା, ହଙ୍ଗାମା କରିଥିଲେ । ବାଚସ୍ପତି ଅନୁରୋଧ କରିବା ସତ୍ତ୍ୱେ ଶୁଣିନଥିଲେ । ସମାନ ଢଙ୍ଗରେ ପ୍ରତିବାଦ କରିଥିଲେ ବିରୋଧୀ ।ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ ଘଟଣାକୁ ନେଇ ୧୭ ତାରିଖରୁ ଲଗାତାର ଭାବେ ଗୃହରେ ହଟ୍ଟଗୋଳ କରୁଛନ୍ତି ବିରୋଧୀ ।
