ସହିଦ୍ ଭଗତ ସିଂହ ଙ୍କ ବଳିଦାନ ଦିବସ ପାଳନ


ନୟାଗଡ଼,( ଓଡ଼ିଶା ଦର୍ପଣ ):ଭାରତର ଗଣତାନ୍ତ୍ରିକ ଯୁବ ଫେଡରେଶନ (DYFI) ପକ୍ଷରୁ ଦଶପଲ୍ଲା ବ୍ଲକ ଚଢ଼େୟା ପଲ୍ଲୀ ପଞ୍ଚାୟତ ଯୁରଗଣ୍ଡା ଗ୍ରାମ ଠାରେ ସହିଦ୍ ଭଗତ ସିଂହ ଙ୍କ ବଳିଦାନ ଦିବସ ତା.୨୩.୩.୨୫ ରିଖରେ ପାଳନ କରାଯାଇଅଛି।ପ୍ରଥମେ ସହିଦଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କଲାପରେ ଆଲୋଚନା ସଭା ଗୋପବନ୍ଧୁ ଜନୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ସଂଗଠନର ବ୍ଲକ କମିଟି ସଂପାଦକ ବିପିନ କୁମାର ବାଜୁ ସ୍ବାଗତ ଭାଷଣ ଦେଲାପରେ , ଆଦିବାସୀ ନେତା ଶ୍ରୀନିବାସ ଜାନି ସମ୍ମାନିତ ଅତିଥି ଭାବେ, ଆଡଭୋକେଟ୍ ଶରତ ଚନ୍ଦ୍ର ବେହେରା ମୁଖ୍ୟବକ୍ତା ଭାବେ ଓ ବିଶିଷ୍ଟ ଲେଖକ ତଥା ବାମପନ୍ଥୀ ନେତା ବିଶ୍ବନାଥ ମହାପାତ୍ର ମୁଖ୍ୟଅତିଥି ଭାବେ ସହିଦଙ୍କ ସ୍ମୃତିଚରଣ ସହିତ ତାଙ୍କ ଆଦର୍ଶ ବେଶଲିସ ସଂଗ୍ରାମ ଓ ବଳିଦାନ ବିଷୟରେ ଆଲୋଚନା କରିବା ସହିତ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯୁବନେତା ମୁନା ନାୟକ,କୃଷକ ନେତା ବ୍ରଜବନ୍ଧୁ ପ୍ରଧାନ, ଯୁବ ଫେଦେରେଶନ ର ବ୍ଲକ ସଭାପତି ସୁଶାନ୍ତ ନାୟକ ପ୍ରଭୃତି ବକ୍ତବ୍ୟ ପ୍ରଦାନ କରିଥିଲାବେଳେ ବିପ୍ର ଚାରଣ ଜାନି ଧନ୍ୟବାଦ୍ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ଶତାଧିକ ଯୁବକ ଯୁବତୀ ଯୋଗଦେଇଥିଲେ।

ଅଧିକ ପଢନ୍ତୁ