ମାଲକାନଗିରିରେ ଲଜ୍ଜା । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ପୀଡିତା ନାବାଳିକାଙ୍କ ପରିବାର ପକ୍ଷରୁ ମାଲକାନଗିରି ସଦର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ମାଲକାନଗିରି ସଦର ଥାନା ଅଞ୍ଚଳର ନାବାଳିକା ଜଣଙ୍କ ଗତକାଲି ସନ୍ଧ୍ୟାରେ ନିଜ ସାଙ୍ଗର ଜନ୍ମ ଦିନ ପାଳନ ପାଇଁ ସାଙ୍ଗ ଘରକୁ ଯାଇଥିବା ବେଳେ ବିଳମ୍ବିତ ରାତି ଯାଏ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଝିଅକୁ ବହୁ ଖୋଜାଖୋଜି ପରେ ଝିଅର କୌଣସି ପତ୍ତା ମିଳି ନ ଥିଲା। ତେବେ ଏହାରି ମଧ୍ୟରେ ଜିଏା ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା ଘାଟି ଠାରେ ବିଳମ୍ବିତ ରାତିରେ ଉକ୍ତ ନାବାଳିକା ଓ ଜଣେ ଟ୍ରକ ଚାଳକଙ୍କୁ ସନ୍ଦେହଜନକ ସ୍ଥିତିରେ ଦେଖି କିଛି ପଥଚାରି ମାଲକାନଗିରି ପୋଲିସକୁ ଖବର ଦେଇଥିବା ବେଳେ ପୋଲିସ ସେଠାରେ ପହଞ୍ଚି ଉକ୍ତ ନାବାଳିକାକୁ ଉଦ୍ଧାର କରିବା ସହ ଶକ୍ତି ସଦନ ଗୃହରେ ରଖିଥିଲେ। ଏହା ସହ ଟ୍ରକ ଚାଳକକୁ ଅଟକ ରଖିଥିଲେ। ଏନେଇ ଖବର ପାଇବା ପରେ ଆଜି ଉକ୍ତ ନାବାଳିକାର ମା’ ମାଲକାନଗିରି ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି ।
