ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR) କୁ ଅନୁମୋଦନ ମିଳିଛି।ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟାଘ୍ର ଅଭୟାରଣ୍ୟର ୬ଟି ସ୍ଥାନ ଚିହ୍ନଟ କରାଯାଇଛି । ପୁରୁଣାକୋଟ, ଜଗନ୍ନାଥପୁର, ଟିକରପଡାରେ ହେବ ନୂଆ ପ୍ରବେଶ ପଥ । ବାଲିପୁଟ, କୁସଙ୍ଗ ଓ ଛାମୁଣ୍ଡିଆଠାରେ ବି ନିର୍ମାଣ ହେବ ନୂଆ ପ୍ରବେଶ ପଥ । ଫୁଡ୍ କୋର୍ଟ, ଫ୍ଲୋଟିଂ ଜେଟି, ବନ୍ ଫାୟାର୍, ୱାଚ୍ ଟାୱାର, ରିଭର ଭିୟୁ ଡେକ୍ ରହିବ ।
