ସାଧାରଣତନ୍ତ୍ର ଦିବସରେ ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼

ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍‌ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ । ରାଜ୍ୟର ଐତିହ୍ୟ ଓ ବିକାଶ ଉପରେ ମୁଖ୍ୟତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ସଚିବ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି ।

ଅଧିକ ପଢନ୍ତୁ