କିଛି ଦିନ ହେବ ସୁନା ଦର ଆକାଶ ଛୁଆଁ ହେବାରେ ଲାଗିଥିଲା। ତାପରେ ଧିରେ ଧିରେ ସୁନା ଦର ଖସିବାରେ ଲାଗିଛି। ଆଜି ମଧ୍ୟ ସୁନା ଦରରେ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୨୪୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୦୫୦ ଟଙ୍କା ଛୁଇଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୨୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୦୫୦ ଟଙ୍କାକୁ ପହଞ୍ଚିଛି ।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୨୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୦୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮,୨୪୦ ଓ ୯୦,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୯୦୦ ଟଙ୍କା ହୋଇଛି ।
