ଶ୍ରୀମନ୍ଦିର ସମ୍ମୁଖରେ କିଛି ନିର୍ଦ୍ଧିଷ୍ଟ ସେବାୟତଙ୍କ ଦ୍ବାରା ପୁରୀର କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାକୁ ୨୪ ଘଣ୍ଟା ବିତି ସାରିଛି। କିନ୍ତୁ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇନି ପୋଲିସ। ଯାହାକୁ ନେଇ ପୁରୀରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ଅଭିଯୁକ୍ତ ଙ୍କ ଗିରଫ ଦାବିରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ସାମ୍ବାଦିକ ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହା ସହିତ ଏପସି ଅଫିସ ସମ୍ମୁଖରେ ଧାରଣାରେ ବସିଛନ୍ତି। ସୂଚନାମୁତାବକ ରାମନବମୀ ପାଇଁ ଖବର ପ୍ରସାରଣ ବେଳେ ସାମ୍ବାଦିକା ଓ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ଆକ୍ରମଣ ଅଭିଯୋଗ ହୋଇଥିଲା । ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଆକ୍ରମଣକୁ ନେଇ ସିଂହଦ୍ବାର ଥାନାରେ ଏତଲା ମଧ୍ୟ ହୋଇଥିଲା । ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ଏସପି । କିନ୍ତୁ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇନି ପୋଲିସ।
