ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ହେଲେ ଶିକ୍ଷକ ପ୍ରତାପ କୁମାର ପରିଡ଼ା

ନୟାଗଡ଼, (ଓଡ଼ିଶା ଦର୍ପଣ): ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନେସନାଲ କନଫରେନ୍ସ -୨୦୨୫ ପ୍ରତିଭା ସମ୍ମାନ ଓ ସାରସ୍ବତ ସମ୍ମାନ ସମାରୋହ ଉତ୍ସବ ପୁରୀ ସଂସ୍କୃତି  ଭବନ ଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ,ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା କରଗଲା। ତତ୍ ସହ ଆଦର୍ଶ ଶିକ୍ଷକ ଓ ଯୁବ ଲେଖକ କବି ଭାବରେ ବେଶ୍ ଜଣଶୁଣା ବୋଲି ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ଉପସ୍ଥାପନା କରିଥଲେ। ମୁଖ୍ୟ ଅତିଥି ହରିହର କାନୁନଗୋ,ତିରୁପତି ବିଶ୍ବ ବିଦ୍ୟାଳୟ କୁଳପତି ଓ ଶଶଧର ପଣ୍ଡା ଶିକ୍ଷାବିତ୍, ଶ୍ରୀକାନ୍ତ ଗୌତମ ରଥ ଚଳଚ୍ଚିତ୍ର ସଙ୍ଗୀତ ନିର୍ଦ୍ଦେଶକ, ପ୍ରିୟମ୍ବଦା ଦାସ ପ୍ରବଚିକା,ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ଓ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ମଞ୍ଚ ପରିଚାଳନା  ଓ ଧନ୍ୟବାଦ ଅର୍ପଣ କରିଥିଲେ ।

ଅଧିକ ପଢନ୍ତୁ

Odisha Darpan Digital