ସୁନା ଦର ଆଜି କେଉଁଠି କେତେ ଅଛି?

ବଢ଼ି ଚାଲିଛି ସୁନା ଦର। ସୁନା କିଣିବା ପୂର୍ବରୁ ବହୁ ଥର ଚିନ୍ତା କରିବାକୁ ପଡୁଛି। ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ତଥାପି ୧୦ ଗ୍ରାମ୍ ପିଛା ମୂଲ୍ୟ ୯୫ ହଜାରରୁ ଊର୍ଦ୍ଧ୍ୱ ରହିଛି । ତେବେ ଆଜି ସୁନା ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଯେଉଁ କାରଣରୁ ଗତକାଲି ଦାମ୍ ସାମାନ୍ୟ ହ୍ରାସ ପରେ ଯାହା ଥିଲା ସେଇୟା ରହିଛି । ଅର୍ଥାତ୍ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୯୫,୫୧୦ ଟଙ୍କା ଏବଂ ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୮୭,୫୫୦ ଟଙ୍କାରେ ବିକ୍ରୟ ହେଉଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୦୯,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।

ଅଧିକ ପଢନ୍ତୁ

Odisha Darpan Digital