ସୁନ୍ଦରଗଡରେ ବ୍ୟାପକ ଖଣି ଦୁର୍ନୀତି ପ୍ରସଙ୍ଗ, ଭିଜିଲାନ୍ସ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି ଗଠନ କରାଯାଇଛି। ଏହି ଖଣିଗୁଡ଼ିକ ଗୋପାଳପୁର, ରତ୍ନସୋରା ଏବଂ ଭୋଗରାକଚର ଗାଁରେ ଅଛି । ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି । ଏଥିସହିତ ହେମଗିରିର ଜାମଖାନି ସରଂକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗାଁରେ ବେଆଇନ ଭାବେ କୋଇଲା ଗଚ୍ଛିତ ଥିଲା ଯାହାର ପର୍ଦ୍ଦାଫାସ ହୋଇଥିଲଲ । ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀମାନଙ୍କ ସହ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତ କରି ରିପୋର୍ଟ ସଂଗ୍ରହ କରିବା ସହ ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ସେହିପରି କୋଇଡା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା ସାନପୁଟୁଳି, କୋଲମଙ୍ଗ ଏବଂ ରୁସିବେଣୁଆ ଠାରେ ୫୦ଟି ବେଆଇନ ମାଙ୍ଗାନିଜ୍‍ ଏବଂ ଲୌହ ଉତ୍ତୋଳନ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍‍ ଓ ଲୁହା ପଥର ଉତ୍ତୋଳନ କରାଯାଉଥିବାର ନଜରକୁ ଆସିଛି।

ଏହି ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡା ଗ୍ରାମରେ, ୧୦ଟି ମାଲଦା ଗ୍ରାମରେ, ୨୦ଟି କୋଲମଙ୍ଗ ଗ୍ରାମରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗ୍ରାମରେ । ଏସବୁ ଖଣି ଗୁଡ଼ିକରୁ ୨୦ ହଜାର ମେଟ୍ରିକ ଟନରୁ ଉର୍ଦ୍ଧ୍ୱ ମାଙ୍ଗାନିଜ ଓର୍‍ ଏବଂ ୧୨୦୦ ମେଟ୍ରିକ ଟନ୍‍ରୁ ଉର୍ଦ୍ଧ୍ୱ ପରିମାଣର ଆଇରନ ଓର୍‍ ବେଆଇନ ଭାବେ ଉତ୍ତୋଳନ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୭ କୋଟିରୁ ଅଧିକ ଟଙ୍କା ହେବ।

ଅଧିକ ପଢନ୍ତୁ

kc ads