ନୂଆ ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି ।୧୦ ଫେବୃଆରୀ, ୧୯୬୨ରେ ହରିୟାଣାର ହିସାର ଜିଲ୍ଲାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ୨୪ ମେ ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।
