ମହଙ୍ଗା ପଡ଼ିଲା ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ଗିରଫ କଲା ପୋଲିସ ।ଭୟେ ନିଳାଦ୍ରିବିହାର ଏବଂ ସତ୍ୟନଗର ସ୍ଥିତ ଜନସେବା କେନ୍ଦ୍ରର କର୍ମଚାରୀ ବୋଲି ଜଣାପଡ଼ିଛି।ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି। କିନ୍ତୁ କିଛି ଜନସେବା କେନ୍ଦ୍ର ଅସାଧୁ ଉପାୟରେ ଟଙ୍କା ଅଭିଯୋଗ ମିଳିଛି| ତେବେ ଏହି ୨ ଜନସେବା କେନ୍ଦ୍ର ର କର୍ମଚାରୀଙ୍କ ପାଇଁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି | ଯଦି କୌଣସି ଅଭିଯୋଗ କିମ୍ବା ସନ୍ଦେହ ଥିଲେ ଏହି ୧୪୬୭୮ ଫୋନ୍ ନମ୍ବରରେ ଯୋଗାଯୋଗ କରନ୍ତୁ | ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ପ୍ରତି ଫର୍ମ ଅପଲୋଡ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି। ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ କରିପାରିବେ ଲୋକେ ।