ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯିବ । ଯାଜପୁରରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଅନୁସାରେ, ଯେଉଁମାନଙ୍କୁ ଏହି ଟଙ୍କା ମିଳିନି, ୩ ଓ ୪ ତାରିଖରେ ବ୍ୟାଙ୍କୁ ଯାଇ ଇକେୱାଇସି କ୍ଲିଅର କଲେ ଏହି ଟଙ୍କା ମିଳିବ। ଯଦି ହିତାଧିକାରୀଙ୍କୁ ବ୍ୟାଙ୍କ ଏନପିସିଆଇ କ୍ଲିଅର ହୋଇଯାଇଥିବ, ତେବେ ସେମାନଙ୍କୁ ଏହି ପର୍ଯ୍ୟାୟରେ ଟଙ୍କା ମିଳିଯିବ । ୩ ଲକ୍ଷ ୩୮ ହଜାର NPCI ମଧ୍ୟରୁ ୫୯ ହଜାର NPCI କ୍ଲିୟର ହୋଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଯେହେତୁ ଗୋଟିଏ ବି ଯୋଗ୍ୟ ହିତାଧିକାରୀ ଯେମିତି ବାଦ ପଡିବେନି ସେନେଇ ମୁଖ୍ୟମନ୍ତ୍ରୀ କହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ପ୍ରଥମ କିସ୍ତି ଓ ଉଭୟ ୨ୟ କିସ୍ତିର ବି ପଇସା ପାଇବେ ।