ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ

ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି। ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟବ୍ୟାପୀ ଗାଁରୁ ସହର ସବୁଠି ଏହି ସଚେତନତା ରଥ ବୁଲିବ। ଲୋକଙ୍କୁ ସୁଭଦ୍ରା ଯୋଜନା ବାବଦରେ ସଚେତନ କରାଇବ। ଅନ୍ୟପଟେ ସୁଭଦ୍ରା ଯୋଜନାର ପଞ୍ଜୀକରଣ ଲାଗି କୌଣସି ନିର୍ଦ୍ଦିଷ୍ଟ ସମୟସୀମା ନାହିଁ। ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଏହି ଯୋଜନାରେ ପଞ୍ଜୀକରଣ ଜାରି ରହିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ପରିଡ଼ା ରାଜ୍ୟବାସୀଙ୍କୁ ଏହି ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ

kc ads