‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। 

‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ କିସ୍ତି ଅପେକ୍ଷାରେ ହିତାଧିକାରୀ ରହିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା କରିପାରନ୍ତି । ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇ କହିଥିଲେ ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ। କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ।

ଅଧିକ ପଢନ୍ତୁ

Odisha Darpan Digital