ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ ୯ ତାରିଖରେ ୩ୟ କିସ୍ତି ଟଙ୍କା ମିଳିବ। ଯେଉଁମାନେ ୨୧ ବର୍ଷ ହୋଇ ଯାଇଥିବେ, ସେମାନେ ବି କରି ପାରିବେ ଆବେଦନ। କିନ୍ତୁ ଏବେ ସୁଭଦ୍ରା ପୋର୍ଟାଲ ଖୋଲିବାରେ ସମସ୍ୟା ହେଉଥିବା ଅନେକ ଅଭିଯୋଗ ଆସୁଛି ।ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଅର୍ଥାତ ୧୫ ହଜାର ଟଙ୍କା ଖାତାକୁ ଆସିବ । କିନ୍ତୁ କେବଳ ଯୋଗ୍ୟ ହିତାଧିକାରୀ ହିଁ ପାଇବେ । ଅଯୋଗ୍ୟ ହିତାଧିକାରୀ ଆବେଦନ କରିଲେ ବି ନାଁ କାଟିଦେବେ ସରକାର ।ବଡ଼ କଥା ହେଉଛି ଆଗକୁ ଆଉ କିସ୍ତି ଅନୁଯାୟୀ ନୁହେଁ ବରଂ ଏକାବେଳେ ସମସ୍ତ ହିତାଧିକାରୀଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏ ଆସିବ । ତେବେ ପୂର୍ବରୁ ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଥିଲେ।
