ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କଣ ଓଡ଼ିଶାରେ ବର୍ଷା ହେବକି ?

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବଡ଼ କଥା ହେଲା, ରାଜ୍ୟରେ ଏଯାଏ ଶୀତ ଅନୁଭୂତ ହୋଇନାହିଁ । ଘୂର୍ଣ୍ଣିବଳୟ ପ୍ରଭାବରେ ଯେଉଁ ଲଘୁଚାପ ସମ୍ଭାବନା ଅଛି, ତାହା ତାମିଲନାଡ଼ୁ କିମ୍ବା ଶ୍ରୀଲଙ୍କା ଆଡ଼କୁ ମୁହାଁଇବ । ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ କୌଣସି ଅବପାତ ସମ୍ଭାବନା କମ୍‌ । ତେଣୁ ରାଜ୍ୟରେ ପାଗରେ କିଛି ପରିବର୍ତ୍ତନ ହେବନି । ତାମିଲନାଡୁ, କେରଳ, ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।ଦିନ ତାପମାତ୍ରା ୩୨ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି । ରାତି ତାପମାତ୍ରା ଅଧିକାଂଶ ସ୍ଥାନରେ ୨୦ ଡିଗ୍ରୀ ଉପରେ ରହୁଛି । ଶୀତ ଅନୁଭୂତ ହୋଇନାହିଁ ।

ଅଧିକ ପଢନ୍ତୁ