ସୃଷ୍ଟି ହେଲା ଲଘୁଚାପ, ୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୧୩ରୁ ୧୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital