ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି ବନ୍ଦ ରହିବ । ଉଲ୍ଲେଖ ଯୋଗ୍ୟ, ଆସନ୍ତା ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭାରତୀୟ ଜନତା ପାର୍ଟିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢନ୍ତୁ

Odisha Darpan Digital