ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି ।ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ। ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରିବା ପାଇଁ ଦାବି କରିଛି ଦଳ । ସୌମ୍ୟାଶ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି ।
