ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: କେଳାଙ୍କାରିଆ ମାଷ୍ଟ୍ରେଙ୍କ କଳା ଇତିହାସ

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ଆତ୍ମହତ୍ୟା ପଛରେ ବିଶ୍ୱବିଦ୍ୟାଳୟର ପ୍ରଧ୍ୟାପକ ସମୀର କୁମାର ସାହୁଙ୍କ ବିକୃତ ମାନସିକତାକୁ ନେଇ ଏବେ ରାଜ୍ୟରେ ଚର୍ଚ୍ଚା । ସମୀର ସାହୁଙ୍କ ବିବାଦର ଚିଠା କିନ୍ତୁ ବେଶ ଲମ୍ବା । ଚାକିରି ଜୀବନ ଆରମ୍ଭରୁ ହିଁ ପ୍ରାଧାପକ ଜଣକ ବିବାଦୀୟ ଥିଲେ । ଢେଙ୍କାନାଳ ଜିଲା ଭୁବନର ବାଜିରାଉତ ମେମୋରିଆଲ କଲେଜରୁ ଚାକିରି ଆରମ୍ଭ କରିଥିଲେ । ନିଜର ବିବାଦୀୟ କାର୍ଯ୍ୟକଳାପ ପାଇଁ ସେଠାରେ ସେ ଛଟେଇ ହୋଇଥିଲେ । ଏହି ଘଟଣା ପରେ ତାଙ୍କୁ କେନ୍ଦୁଝରର ଚମ୍ପୁଆ ଚନ୍ଦ୍ରଶେଖର କଲେଜକୁ ବଦଳି କରାଯାଇଥିଲା । ଏଠାରେ ଅଧ୍ୟାପକ ଭାବେ କାମ କରୁଥିବାବେଳେ ଜନୈକ ଛାତ୍ରୀଙ୍କ ସହ ଅନୈତିକ ସମ୍ପର୍କ ରଖି ଧରାପଡ଼ିଥିଲେ । ଯେଉଁଥିପାଇଁ ତାଙ୍କୁ ବାଲେଶ୍ୱରକୁ ବଦଳି କରାଯାଇଥିଲା ।ଏହି ଘଟଣା ପରେ ତାଙ୍କୁ କେନ୍ଦୁଝର ଚମ୍ପୁଆ ଚନ୍ଦ୍ରଶେଖର କଲେଜକୁ ବଦଳି କରାଯାଇଥିଲା । ସେଠାରେ ମଧ୍ୟ ଛାତ୍ରୀଙ୍କ ସହ ଅର୍ଥନୈତିକ ସମ୍ପର୍କ ରଖିଥିବାରୁ ତାଙ୍କୁ ବାଲେଶ୍ୱରକୁ ବଦଳି କରାଯାଇଥିଲା । ସମୀର ସାହୁ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଏଜୁକେସନ ବିଭାଗରେ କନିଷ୍ଠ ଅଧ୍ୟାପକ ଭାବେ ୨୦୧୧ ମସିହା ଅକ୍ଟୋବର ୧୦ରୁ ୨୦୨୩ ଫେବ୍ରୁଆରୀ ୨୨ ଯାଏଁ କାଯ୍ୟ କରିଥିଲେ । ଚମ୍ପୁଆ କଲେଜରେ ତାଙ୍କର ୧ ବର୍ଷ ୪ ମାସର କାଯ୍ୟକାଳ ବିବାଦ ଭରି ରହିଥିଲା । ନିୟମିତ ସେ କ୍ଲାସ ବାହାନରେ ଛାତ୍ରୀମାନଙ୍କୁ ଦୀର୍ଘ ସମୟ ଧରି କ୍ଲାସରେ ଅଟକ ରଖୁଥିଲେ । ଅନେକ ସମୟରେ ପଢାଇବା ବାହାନାରେ ଛାତ୍ରୀ ରହୁଥିବା ମେସକୁ ଯାଇ ସମୟ ଅତିବାହିତ କରୁଥିଲେ । ଏହାରି ଉପରେ ଅଭିଯୋଗ ହୋଇଥିଲେ ମଧ୍ୟ କର୍ତ୍ତୁପକ୍ଷ ଲୁଚାଇ ରଖିଥିବା ନେଇ ଶୁଣିବାକୁ ମିଳୁଛି । ସମୀର ସାହୁ ଙ୍କ ଘର କଟକ ଜିଲ୍ଲା ବଡମ୍ବା ଅଞ୍ଚଳରେ ହୋଇଥିବା ବେଳେ ଜଣେ ଟାଣୁଆ ରାଜନେତାଙ୍କ ସମ୍ପର୍କୀୟ ଯୋଗୁଁ ସେ କଲେଜ କର୍ତ୍ତୁପକ୍ଷଙ୍କୁ ନିଜ କବଜାରେ ରଖି ଛାତ୍ରଛାତ୍ରୀଙ୍କୁ ବ୍ଲାକମେଲିଂ କରୁଥିଲେ । ବାଲେଶ୍ୱର ଘଟଣା ପରେ ଏବେ ଅନେକ ସହକର୍ମୀ ତାଙ୍କ ବିରୋଧରେ ମୁହଁ ଖୋଲିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital