ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି।କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି। ଏହି ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି। ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ୟୁଜିସି ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ନୂଆଦିଲ୍ଲୀସ୍ଥିତ ଇନ୍ଦ୍ରପ୍ରସ୍ଥ ବିଶ୍ବବିଦ୍ୟାଳୟ ଓ ୟୁଜିସି ସଦସ୍ୟ ପ୍ରଫେସର ରାଜ୍ ମିତ୍ତଲ ଏହି କମିଟିର ଅଧ୍ୟକ୍ଷତାରେ କରିବେ।
