ସ୍କୁଲ ପାଚେରୀ ଭୁଶୁଡ଼ି ଛାତ୍ର ମୃତ

କଟକ ନିଆଳିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ ସ୍କୁଲ ପାଚେରୀ ଭୁଶୁଡ଼ି ଯାଇ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ ଗୋବିନ୍ଦପୁର ଥାନା ନୋଦା ପ୍ରାଥମିକ ସ୍କୁଲରେ ଘଟିଛି ଏହି ଅଭାବନୀୟ ଘଟଣା।ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଅଡ଼ଶପୁର ମେଡ଼ିକାଲ ପରେ ଏସିବିକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଏହି ଘଟଣାରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital