ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଗଜାନନ ବେଶ

ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଗଜାନନ ବେଶ । ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ । ଏହି ସମୟ ପାଖେଇ ଆସୁଥିବାରୁ ଭକ୍ତମାନଙ୍କ ମନରେ ଉତ୍କଣ୍ଠା ଭରି ଉଠୁଛି । ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା ବେଳେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶରେ ଉଛୁଳି ପଡୁଛି ।

କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସପି ଏବଂ ବରିଷ୍ଠ ପୁଲିସ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପୁରୀ ବଡ଼ଦାଣ୍ଡ ଓ ସମ୍ପୂର୍ଣ୍ଣ ସହର ସିସିଟିଭି ନଜରରେ ରଖାଯାଇଛି । ତାତି ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ପରିମାଣର ପାଣି ବ୍ୟବସ୍ଥା ହୋଇଛି ।

ଅଧିକ ପଢନ୍ତୁ

kc ads