ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି ।କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନଫିଡେନସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଅଭିଯୁକ୍ତ ମାନେ ତଦନ୍ତରେ ସହଯୋଗ କରିବା ଏବଂ ଅଦଲତଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ ଯାଇ ପାରିବେ ନାହିଁ ବୋଲି ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।
