ପାରିବାରିକ କଳହର କରୁଣ ପରିଣତି । ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁଣ୍ଡମରାଇ ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତ ଯୁବକ ହେଉଛନ୍ତି ଅମର ନାୟକ ।ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ସ୍ତ୍ରୀକୁ ଅଟକ ରଖିଛି।ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ମୁଣ୍ଡମରାଇ ଗାଁର ଅମର ନାୟକ ଓ ତାସ୍ତ୍ରୀ ଅଞ୍ଜନା ନାୟକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ଦେଖୁ ଦେଖୁ ବଚସା ଏତେ ବଢିଯାଇଥିଲା ମାର୍ପିଟ୍ ପର୍ଯ୍ୟନ୍ତ କଥା ଯାଇଥିଲା । ଏପିରିକି ସ୍ତ୍ରୀ ଅଞ୍ଜନା ନାୟକ ସ୍ୱାମୀ ଅମର ନାୟକଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ । ଏହାପରେ ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବାକୁ ପ୍ରୟାସ କରିଥିଲା ।
