ସ୍ଵାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ? 

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।ସ୍ବାଧୀନତା ଦିବସ ଅବସରରେ ଉଭୟ ରାଜ୍ୟ ଓ ଜିଲାସ୍ତରରେ ପତାକା ଉତ୍ତୋଳନ ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ।ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ଆଲୋଚନା ‌ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।ସେହିପରି ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। କଳାହାଣ୍ଡିରେ ମନ୍ତ୍ରୀ ସୁରେଶ ପୂଜାରୀ ପତାକା ଉତ୍ତେଜନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସୁନ୍ଦରଗଡ଼ରେ ରବି ନାରାୟଣ ନାଏକ ପତାକା ଉତ୍ତେଜନ କରିବେ।

ସେହିପରି କୋରାପୁଟରେ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ପୃଥ୍ବୀରାଜ ହରିଚନ୍ଦନ, ବରଗଡ଼ରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ବାଲେଶ୍ୱରରେ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଗଣେଶ ରାମସିଂ ଖୁଣ୍ଟିଆ, ମାଲକାନଗିରିରେ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ପ୍ରଦୀପ ବଳସାମନ୍ତ, କନ୍ଧମାଳରେ ଗୋକୁଳାନନ୍ଦ ମଲ୍ଲିକ, ରାୟଗଡ଼ାରେ ସମ୍ପଦ ଚନ୍ଦ୍ର ସ୍ବାଇଁ ପ୍ରମୁଖ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢନ୍ତୁ

kc ads